Categories: ରାଜ୍ୟ

ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଯାଏ ଛାତ୍ରୀଙ୍କୁ ମାଗଣାରେ ମିଳିବ ସାନିଟାରି ନାପ୍‌କିନ

ଭୁବନେଶ୍ବର : ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଯାଏ ଛାତ୍ରୀଙ୍କୁ ମାଗଣାରେ ମିଳିବ ସାନିଟାରି ନାପ୍‌କିନ। ମହିଳା ସଶକ୍ତିକରଣ ଯୋଜନାରେ ରାଜ୍ୟ ସରକାର ଆରମ୍ଭ କରିଥିବା ଖୁସି ଯୋଜନାରେ ୧୭ଲକ୍ଷ ୨୫ ହଜାର ଛାତ୍ରୀଙ୍କୁ ସାନିଟାରୀ ନାପକିନ ଯୋଗାଇ ଦିଆଯିବ। ଏଥିପାଇଁ ୫ବର୍ଷରେ ୪୬୬ କୋଟି ୮ଲକ୍ଷ ଟଙ୍କା ବ୍ୟୟ କରାଯିବ। ଏଥିରେ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହାର ନବୋଦୟ ବିଦ୍ୟାଳୟର ଛାତ୍ରୀଙ୍କୁ ମାସକୁ ୧୮ଟି ସାନିଟାରୀ ନାପ୍‌କିନ ଯୋଗାଇ ଦିଆଯିବ। ଏହା ଦ୍ୱାରା କିଶୋରୀ ଛାତ୍ରୀମାନେ ଉତ୍ତମ ମାନର ସାନିଟାରୀ ନାପକିନ ପଇବା ସହ ସେମାନଙ୍କ ସ୍ୱାସ୍ଥ୍ୟର ଯତ୍ନ ଦିଗରେ ସହାୟକ ହୋଇପାରିବ। ଛାତ୍ରୀମାନଙ୍କ ଡ୍ରପ ଆଉଟକୁ ହ୍ରାସ କରାଯିବା ସହ ଉପସ୍ଥାନ ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଇଛି। ଏନେଇ ଆଜି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

KNews Bureau

Recent Posts

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

6 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago