ରାଜ୍ୟ

ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା, ଶୋଭାଯାତ୍ରାରେ ସାମିଲ ହେଲେ ଶତାଧିକ ବ୍ୟକ୍ତିବିଶେଷ

ନୂଆଦିଲ୍ଲୀ(କେନ୍ୟୁଜ୍): ଅନ୍ତିମ ଯାତ୍ରାରେ ଗୀତା ମେହେଟ୍ଟା।ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା। ଦିଲ୍ଲୀ ଲୋଧି ରୋଡ୍ ସ୍ମଶାନରେ ଗୀତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଅବଦୁଲ କଲାମ ରୋଡ଼ରେ ଥିବା ପୈତୃକ ବାସଭବନରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ଶ୍ଣଶାନକୁ ନିଆଯାଇଥିଲା। ଏକମାତ୍ର ପୁଅ ମୁଖାଗ୍ନି ଦେଇଛନ୍ତି। ଶେଷ କୃତ୍ୟରେ ସାମିଲ ହେବା ପାଇଁ ଗତକାଲି ଦିଲ୍ଲୀରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଖ୍ୟାତ ଲେଖିକା ଓ ଭଲ ସାମ୍ବାଦିକ ଭାବେ ଜଣାଶୁଣା ଥିଲେ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା । ଶନିବାର ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ।

Sasmita

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

5 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

5 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

10 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

32 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

40 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

46 mins ago