କେନ୍ଦୁଝର(କେନ୍ୟୁଜ): ଆମ୍ବୁଲାନ୍ସର କବାଟ ନ ଖୋଲିବାରୁ ଦିର୍ଘ ସମୟ ଆମ୍ବୁଲାନ୍ସ ଭିତରେ ରହିଲେ ଗୁରୁତର ବୃଦ୍ଧା । ପ୍ରଶାସନିକ ଉଦାସିନତା ହେତୁ ଗରିବ ଲୋକ ସଠିକ ସେବା ପାଇବାରେ ବିଫଳ ହେଉଛନ୍ତି । ରୋଗୀ ମାନଙ୍କୁ ତୁରନ୍ତ ମାଗଣାରେ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ୧୦୮ ଆମ୍ବୁଲାନ୍ସର ବ୍ୟବସ୍ଥା କରିଥିବା ବେଳେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ସମୟରେ ଏହାର ଯନ୍ତ୍ରାଂଶ ଅଚଳ ହୋଇ ପଡ଼ୁଛି ।ଏହାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଝୁମ୍ପୁରା ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରରେ ।
ଆଜି ରାତି ପ୍ରାୟ ୮ଟା ସମୟରେ ସଦର ଥାନା କାଠବାଉଁସୁଳି ଅଞ୍ଚଳର ଚମ୍ପାବତୀ ମହାନ୍ତ ନାମକ ଯଣେ ବୃଦ୍ଧାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଝୁମ୍ପୁରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ପହଞ୍ଚିବା ପରେ ଆମ୍ବୁଲାନ୍ସର କବାଟ ଖୋଲିନଥିଲା । ବହୁ ଚେଷ୍ଟା ପରେ ମଧ୍ୟ କବାଟ ନ ଖୋଲିବାରୁ କବାଟ ତାଡ଼ି ବୃଦ୍ଧାଙ୍କୁ ବାହାର କରାଯାଇଥିଲା । ବୃଦ୍ଧାଙ୍କ ଅବସ୍ଥା ଗୁରୁତର ଥିବାରୁ ସଙ୍ଗେ ସଙ୍ଗେ ପ୍ରାଥମିକ ଚିକିତ୍ସା କରାଯାଇ ତାଙ୍କୁ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏ ନେଇ ଝୁମ୍ପୁରା କିମ୍ବା କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…