ଭୁବନେଶ୍ୱର : ଗୁଣାତ୍ମକ ଶିକ୍ଷା ପାଇଁ ପ୍ରତି ପଞ୍ଚାୟତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୫ ଶହ ସ୍କୁଲକୁ ବିକଶିତ କରାଯିବ । ୩ ସପ୍ତାହ ଭିତରେ ୧୬ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତ ହେବେ । ଲୋକସେବା ଭବନରେ ରାଜ୍ୟସ୍ତରୀୟ ଗୁରୁଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହା କହିଛନ୍ତି । ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି । ରାୟଗଡ଼ା ଜିଲ୍ଲା ବିଲେଷୁ ହାଇସ୍କୁଲର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଓ କଳାହାଣ୍ଡି ଜିଲ୍ଲା ଜୟଦୁର୍ଗା ହାଇସ୍କୁଲର ଶିକ୍ଷକ ସନ୍ତୋଷ କରଙ୍କୁ ପୁରସ୍କାର ମିଳିଛି ।
You might also like