ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି, ଶୂନ୍ଯ ପହଁଣ୍ଡିରେ ଆସି ରଥାରୁଢ ହେଲେ ମା’ ସୁଭଦ୍ରା

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି । ଏହି ଅବସରରେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହେବାପରେ, ଦେବୀ ସୁଭଦ୍ରାଙ୍କ ରଥରେ ବିଜେ କରିଥିଲେ ଶ୍ରୀସୁଦର୍ଶନ । ଏହାପରେ ବଡ ପ୍ରଭୁ  ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ଏହାପରେ ଶୂନ୍ଯ ପହଁଣ୍ଡିରେ ଆସିଥିଲେ ଭଉଣୀ ସୁଭଦ୍ରା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.