ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର, ୭୪ ହଜାର ପାର କରିଛି ୨୪ କ୍ୟାରେଟ ଖାଣ୍ଟି ସୁନା

ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ପ୍ରଥମ ଥର ପାଇଁ ୭୪ ହଜାର ଟଙ୍କା ପାର କରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୧୪୦ ଟଙ୍କା ହୋଇଛି ।

ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ପ୍ରଥମ ଥର ପାଇଁ ୭୪ ହଜାର ଟଙ୍କା ପାର କରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୧୪୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୯୬୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୧୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୯୬୦ଟଙ୍କା ଓ ୭୪,୧୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୯୬୦ ଟଙ୍କା ଓ ୭୪,୧୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୭୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୯୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୯୬୦ ଟଙ୍କା ଓ ୭୪,୧୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୭ ହଜାର ୧୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.