ଅକ୍ଷୟ ତୃତୀୟାରେ ମନ ପସନ୍ଦର ଅଳଙ୍କାର କିଣିଲେ ଗ୍ରାହକ, ଜାଣନ୍ତୁ ଆଜିର ସୁନା ଦାମ୍

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୭୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୫୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୭୦୦ ହୋଇଛି ।

ଅକ୍ଷୟ ତୃତୀୟା ପାଇଁ ଗତକାଲି ସବୁ ସୋ’ରୁମ୍‌ରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା । ସୁନା ହାରଠାରୁ ଆରମ୍ଭ କରି ଚୁଡ଼ି, ଚେନ୍, ମୁଦି, କାନଫୁଲ ଆଦି କିଣି ନେଇଥିଲେ ଗ୍ରାହକ । କାଲି ଗୋଟିଏ ଦିନରେ ପ୍ରାୟ ଅଢ଼େଇ କ୍ବିଣ୍ଟାଲ ସୁନା ବିକ୍ରି ହୋଇଛି ଯାହାର ମୂଲ୍ୟ ୧୭୫ କୋଟି ଟଙ୍କାରୁ ଅଧିକ ରହିଛି । ତେବେ ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୭୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୫୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୭୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୫୬୦ ଟଙ୍କା ଓ ୭୩,୭୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୭୧୦ ଟଙ୍କା ଓ ୭୩,୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୭୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୮୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୫୬୦ ଟଙ୍କା ଓ ୭୩,୭୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୭ ହଜାର ୮୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.