Below header

ଭିଜିଲାନ୍ସକୁ ଗଲା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା, ଭିଜିଲାନ୍ସ ନିର୍ଦ୍ଦେଶକକୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ଲୋକାୟୁକ୍ତ

କେନ୍ୟୁଜ୍(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ । ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଲୋକାୟୁକ୍ତ । ପ୍ରାଥମିକ ତଦନ୍ତ କରି ଦୁଇ ମାସ ଭିତରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ରହିଛି । ଆସନ୍ତାବର୍ଷ ଫେବ୍ରୁଆରୀ ୧୨ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଆଜି ଲୋକାୟୁକ୍ତଙ୍କ ପାଖରେ ମାମଲା ଦାୟର ହୋଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ମାମଲା ଦାଖଲ କରାଯାଇଛି ।

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରୁଛନ୍ତି ଏକାଧିକ ସରକାରୀ ତଦନ୍ତକାରୀ ସଂସ୍ଥା । ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଦୁୀର୍ନତିର ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ସୁପାରିଶ କରିଥିଲେ । ସରକାରଙ୍କ ଠାରୁ ଏକ ନିରପେକ୍ଷ ସଂସ୍ଥାକୁ ତଦନ୍ତଭାର ପଠାଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜଣେ ଲୋକପ୍ରତିନିଧିଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ହେଉଛି ପ୍ରଥମ ଘଟଣା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.