Below header

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର(କେ ନ୍ୟୁଜ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିବା ନେଇ ଜଣାଯାଇଛି । ପ୍ରଦୀପଙ୍କୁ ଗତବର୍ଷ ଡିସେମ୍ବର ୩ ତାରିଖରେ ଗିରଫ କରିଥିଲା ସ୍ୱତନ୍ତ୍ର କ୍ରାଇମବ୍ରାଞ୍ଚ ଟିମ । ପାଠକ ବାପ ପୁଅଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାକୁ ଆସିଥିଲେ ପ୍ରଦୀପ ।କହିରଖିବା ଉଚିତ ହେବକି ଆଇଏଫଏସ ଅଫିସର ଅଭୟ ପାଠକଙ୍କ ପୁଅ ଆକାଶ ପାଠକଙ୍କ ସହ ପ୍ରଦୀପଙ୍କ ଝିଅର ବିବାହ ସ୍ଥିର ହୋଇଥିଲା । ପ୍ରଦୀପଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ

ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା । ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରୁଥିବା ଅଭିଯୋଗ ରହିଛି । ଏହା ବ୍ୟତୀତ ଏକାଧିକ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଟିମ । ଅଭିଯୋଗ ଉଠିବା ପରେ ବିଜେଡି ପକ୍ଷରୁ ତାଙ୍କୁ ଦଳରୁ ବହିଃସ୍କାର ମଧ୍ୟ କରା ଯାଇଥିଲା |

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.