ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ, ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ (କେନ୍ୟୁଜ):  ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ) ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ସଂଖ୍ୟା ୬ରେ ପହଞ୍ଚିଲା । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ କାର୍ଯ୍ୟ କରୁଛି। ପୋଲସରାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.