ଜୁନ୍‌ ପହିଲାରୁ ଖୋଲିବ ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ୱ ବିଦ୍ୟାଳୟ ଓ ଡିଗ୍ରୀ କଲେଜ

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ୱ ବିଦ୍ୟାଳୟ, ଡିଗ୍ରୀ କଲେଜ ଗୁଡିକ ଜୁନ୍‌ ପହିଲାରୁ ଖୋଲିବ । ମେ’ ୩୧ରେ ଗ୍ରୀଷ୍ମ ଛୁଟି ସରିବା କ୍ଷଣି ଶିକ୍ଷାନୁଷ୍ଠାନ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ବିଶ୍ୱବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ କୁହାଯାଇଛି ।

ଖରାଦିନ ଛୁଟି ସରୁଥିବାରୁ ଜୁନ୍‌ ପହିଲାରୁ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାକୁ ଯାଉଛି । ମେ’ ୩୧ ତାରିଖ ଯାଏ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛୁଟି ଦିନ ଘୋଷଣା କରାଯାଇଥିଲା । ଏନେଇ ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.