ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଖୁବଶୀଘ୍ର ନୂଆ ବିଧାନସଭା ଗଠନ ହେବ । ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପାଇଛି ।

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବିଧାନସଭା ଭଙ୍ଗ ନେଇ ସୋମବାର ରାଜ୍ୟ କ୍ୟାବିନେଟ୍‌ ସୁପାରିଶ କରିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି।