କୁହୁଡିଆ ପାଗରେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ସମ୍ମାନିତ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପରେଡର ନେତୃତ୍ୱ ନେଇଥିଲେ ମହିଳା ଆଇପିଏସ ତଥା କେସିଙ୍ଗା ଏସଡିପିଓ ଏସ୍‌. ସୁଶ୍ରୀ । ଚଳିତ ବର୍ଷ ୧୪ଟି ରେଜିମେଣ୍ଟ ପରେଡରେ ଅଂଶଗ୍ରହଣ କରିଛନ୍ତି। ଚଳିତ ବର୍ଷ କରୋନା କଟକଣା ପାଇଁ କୌଣସି ସାଂସ୍କୃତିକ କାଯ୍ୟକ୍ରମ ନଥିବା ବେଳେ ସାଧାରଣ ଦର୍ଶକଙ୍କୁ ଉତ୍ସବ ସ୍ଥଳ ମନା କରାଯାଇଥିଲା ।

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅପରାହ୍ନ ୩ଟା ପଯ୍ୟର୍ନ୍ତ ସିଲ ରହିବ ଗାନ୍ଧୀମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା । ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.