ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ

ନୂଆଦିଲ୍ଲୀ(କେନ୍ୟୁଜ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ। ରାଜ୍ୟପାଳ ଭାବରେ ଦାୟିତ୍ୱ ଗ୍ରହଣ ପରେ ସେ ପ୍ରଥମ ଥର ପ୍ରଧାନମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଆନ୍ଧ୍ରପ୍ରଦେଶର ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଥିବା ସୂଚନା ମିଳିଛି। ସେହିପରି ଓଡ଼ିଶା ପ୍ରସଙ୍ଗରେ ବି ଦୁଇ ନେତା ଆଲୋଚନା କରିଥାଇ ପାରନ୍ତି।