ଶିକ୍ଷାନୀତିରେ ଆସିଲା ନୂଆ ନିୟମ: ଏଣିକି ପିଲାଙ୍କୁ ୬ ବର୍ଷ ହେଲେ ପ୍ରଥମ ଶ୍ରେଣୀରେ ଲେଖିଇପାରିବେ ନାମ

ଭୁବନେଶ୍ୱର : ଶିକ୍ଷାନୀତିରେ ଆସିଲା ନୂଆ ନିୟମ ।  ଏଣିକି ପିଲାଙ୍କୁ ୬ ବର୍ଷ ହେଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇ ପାରିବେ ଅଭିଭାବକ । ଏ ନେଇ ରାଜ୍ୟ ସରକାର ସୋମବାର ନୂଆ ବିଜ୍ଞପ୍ତି ଜାରି କରିଛନ୍ତି । ଆଗାମୀ ଶିକ୍ଷାବର୍ଷରେ ନାମ ଲେଖା ପାଇଁ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ରାଜ୍ୟ ସରକାର ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଉଲ୍ଲେଖଯୋଗ୍ୟ ରାଜ୍ୟରେ ଜାତୀୟ ଶିକ୍ଷାନୀତି ୨୦୨୦ ଲାଗୁ କରିବା ପାଇଁ ରାଜ୍ୟ ସରକାର ନିକଟରେ ବିଜ୍ଞପ୍ତି ପ୍ରକାଶ କରିଥିଲେ । ତେଣୁ ୨୦୨୫-୨୬ ଶିକ୍ଷାବର୍ଷରେ ନାମ ଲେଖା ଲାଗି ସରକାର ନୂଆ ବିଜ୍ଞପ୍ତି ଜାରି କରିଛନ୍ତି । ଯେଉଁ ପିଲାମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ସେମାନଙ୍କ ଲାଗି ସର୍ବନିମ୍ନ ବୟସ ୬ବର୍ଷ କିମ୍ବା ତା’ଠାରୁ ଅଧିକ ହୋଇଥିବା ଆବଶ୍ୟକ ।

ତେବେ ୨୦୨୪ ସେପ୍ଟେମ୍ବର ୧ ସୁଦ୍ଧା ପିଲାର ବୟସ ୬ ବର୍ଷ ହୋଇଥିବା ଜରୁରୀ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ସେହିପରି ପ୍ରାରମ୍ଭିକ ସ୍କୁଲ ଶିକ୍ଷା ପାଇଁ ପ୍ରତି ବିଦ୍ୟାଳୟରେ ଶିଶୁ ବାଟିକା ଖୋଲାଯିବ । ଏହି ଶିଶୁ ବାଟିକା ପାଇଁ ପିଲାଙ୍କର ବୟସ ୫ରୁ ୬ ବର୍ଷ ମଧ୍ୟରେ ହେବା ଆବଶ୍ୟକ ।  ଯେଉଁଥିରେ ପିଲାମାନଙ୍କୁ ପ୍ରାରମ୍ଭିକ ଶିକ୍ଷା ନେଇ ସ୍ବଳ୍ପ ଖେଳ କୁଦ, ମାନସିକ ଭାବେ ପାଠ ପଢିବାକୁ ପ୍ରସ୍ତୁତ କରାଯିବ ।

 

Read More : ଗଣଶିକ୍ଷା ବିଭାଗରେ ଲାଗୁ ହେଲା ଏନଇପି ୨୦୨୦, ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି

You might also like