ରାଜ୍ୟ

ଭୁବନେଶ୍ୱର ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ, ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

କେନ୍ୟୁଜ୍(ବ୍ୟୁରୋ): ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଗଣେଶ ପୂଜା, ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଭୁବନେଶ୍ୱର ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

Sasmita

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago