ଆଳି : ଗଛକଟାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ତିନି ଜଣ ଗୁରୁତର ଆହତ

ଆଳି (କେନ୍ୟୁଜ) : ଗଛକଟାକୁ ନେଇ ତୁମୁଳ କାଣ୍ଡ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାନିକପାଟଣା ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଫଳରେ ୩ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଇ ଦିଆଯାଇଛି।

ଆଜି ସକାଳେ ଗୋଟିଏ ଗଛକୁ କାଟିବା ନେଇ ସତ୍ୟବ୍ରତ ପାଣ୍ଡବ ଓ ଚିରଞ୍ଜୀବ ଦାସଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ପରେ ଏହା ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା । ପରସ୍ପର ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ଗୋଟିଏ ପରିବାରର ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଏନେଇ ଆଳି ଥାନାରେ ଉଭୟ ପକ୍ଷରୁ ପୃଥକ ପୃଥକ ଏତଲା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.