Below header

ଭଦ୍ରକ ବେଦପୁର ଗାଁରେ ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଂଘର୍ଷ, ପରିସ୍ଥିତି ନିୟନ୍ତ୍ରଣ ପାଇଁ ୧୪୪ ଧାରା ଜାରି

ଭଦ୍ରକ(କେନ୍ୟୁଜ୍): ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଂଘର୍ଷ, ୧୪୪ ଧାରା ଜାରି । ଭଦ୍ରକ ଜିଲ୍ଲା ଧାମନଗର ଥାନା ସୋହଡା ପଂଚାୟତର ବେଦପୁର ଗାଁରେ ଗୋଷ୍ଠୀ ସଂଘର୍ଷ । ଉଭୟ ପକ୍ଷରୁ ଥାନାରେ ଅଭିଯୋଗ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି । ଗତକାଲି ମଧ୍ୟ ରାତ୍ରରୁ ଆସନ୍ତା ୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କଲେ ଧାମନଗର ତହସିଲଦାର ।

ଗତ କାଲି ଗାଁର ବାଜପେୟୀ କ୍ଲବ ପାଖରେ ଅନ୍ୟ ଗୋଷ୍ଠୀର କିଛି ଯୁବକ ଗଣେଶ ପୂଜା ପାଇଁ ପୂଜା ମଣ୍ଡପ ର୍ନିମାଣ କରିବାକୁ ଆସିଥିଲେ । ଏହାକୁ ବିରୋଧ କରିଥିଲେ କ୍ଲବର ଯୁବକ ମାନେ । ଏହାକୁ ନେଇ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏପରିକି ଦୁଇ ଦଳ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ ହୋଇଥିଲା । ଖବର ପାଇ ପୋଲିସ ଏବଂ ତହସିଲଦାର ପହଞ୍ଚିଥିଲେ। ତହସିଲଦାର ଭଦ୍ରକ ଉପଜିଲ୍ଲାପାଳଙ୍କୁ ଜଣାଇବା ପରେ ୧୪୪ ଧାରା ଜାରି କରାଯିବ ସହ ପୋଲିସ ମୁତୟନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.