ପିପିଲି (କେନ୍ୟୁଜ): ପିପିଲିରେ ଗୋଷ୍ଠୀ ସଂଘର୍ଷ, ୨ ଗୁରୁତର ଆହତ । ପୁରୀ ଜିଲ୍ଲା ପିପିଲିର ସହଜପୁର ପଞ୍ଚାୟତରେ ରାଜନୈତିକ ହିଂସା । ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ । ଏଥିରେ ମଙ୍ଗଳପୁର ପଞ୍ଚାୟତ ସମିତି ସଭ୍ୟ ଗଦାଧର ପରିଡାଙ୍କ ସମେତ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗଦାଧରଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ଅନ୍ୟ ଜଣଙ୍କ ହାତ ଏବଂ କାନ୍ଧ ଭାଙ୍ଗିଛି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।
ଗତକାଲି ରାତିରେ ବିଜେପି ସମିତି ସଭ୍ଯ ଗଦାଧରଙ୍କ ସମେତ କିଛି କର୍ମୀ ବାଇକ ଯୋଗେ ସହଜପୁର ପଞ୍ଚାୟତର ସୁବୁଦ୍ଧିପଡା ଦେଇ ଯାଉଥିବା ବେଳେ ସେଠାରେ ଉପସ୍ଥିତ କିଛି ଲୋକ ମରଣାନ୍ତକ ଆକ୍ରମଣ କରିଥିଲେ । ତେବେ ଘଟଣାକୁ ଦୀର୍ଘ ସମୟ ବିତିଯାଇଥିଲେ ବି ପୋଲିସ ଘଟଣାସ୍ଥଭଳରେ ପହଂଚି ନଥିବା ବିଜେପି ପକ୍ଷରୁ ଅଭିଯୋଗ ହୋଇଛି । ଘଟଣାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ବିଜେପିର ବିଧାୟକ ପ୍ରାର୍ଥୀ ତଥା ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକ ପିପିଲି ଥାନାରେ ଉପସ୍ଥିତ ଥିବାବେଳେ ବିଜେପି କର୍ମୀମାନେ ପିପିଲି ଥାନାକୁ ଘେରାଉ କରିଥିଲେ । ଘଟଣାସ୍ଥଳରୋ ପୋଲିସ ପହଞ୍ଚି ବୁଝାସୁଝା କରିଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…