Below header

ବୋଲେରୋକୁ ପିଟିଲା ହାଇଓ୍ୱା: ଜଣେ ମୃତ, ୧୦ଗୁରୁତର

ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଆରଡି ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି । ବୋଲେରୋକୁ ପିଟିଲା ହାଇଓ୍ୱା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଭଦ୍ରକ (କେନ୍ୟୁଜ): ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଆରଡି ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି । ବୋଲେରୋକୁ ପିଟିଲା ହାଇଓ୍ୱା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ୬ ଜଣଙ୍କୁ କଟକ ଓ ୪ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ୨ ମହିଳା ଓ ୨ ଶିଶୁ ଥିବା ସୂଚନା ମିଳିଛି।

ଖବର ଅନୁଯାୟୀ, ବାଲେଶ୍ୱର ଜିଲ୍ଲାର ଲୋକ ମାନେ ପୁରୀ ଯାଇଥିଲେ । ଫେରିବା ସମୟରେ ଆରଡି ଛକ ନିକଟରେ ଏକ ହାଇଓ୍ୱା ସାମ୍ନା ପଟୁ ଧକ୍କା ଦେଇଥିଲା । ଯାହାପରେ ଘଟଣାସ୍ଥଳରୁ ହାଇଓ୍ୱା ଗାଡି ଫେରାର ହୋଇଯାଇଥିଲା । ଦୁର୍ଘଟଣାରେ ଶିକାର ହୋଇଥିବା କିଛି ଲୋକ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକଙ୍କ ସହାୟତାରେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର ରହିଛି । ଗୁରୁତରଙ୍କ ମଧ୍ୟରୁ ୬ ଜଣଙ୍କୁ କଟକ ଓ ୪ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.