Categories: ରାଜ୍ୟ

ବାରିପଦା ଫାଷ୍ଟଟ୍ରାକ୍‌ କୋର୍ଟର ଐତିହାସିକ ରାୟ, ନାବାଳିକା ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ

ନାବାଳିକା ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ । ଏଭଳି ଗୁରୁତ୍ୱ ପୂର୍ଣ୍ଣ ରାୟ ଶୁଣାଇଛନ୍ତି ବାରିପଦା ଫାଷ୍ଟଟ୍ରାକ୍‌ କୋର୍ଟ । ବହୁ ଚର୍ଚ୍ଚିତ ମୟୂରଭଞ୍ଜ ଜିଲ୍ଲା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ଯାମିନୀ ମହାନ୍ତକୁ ପାଶୀ ଦଣ୍ଡାଦେଶ ଦିଆଯାଇଛି । ୨୦୧୮ ଜୁନ୍‌ ୧୫ ତାରିଖରେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଗରୁଡ଼ବସା ଗାଁରେ ଘଟିଥିଲା ଏକ ଲଜ୍ଜା ଜନକ ଘଟଣା । ୮ ବର୍ଷର ନାବାଳିକାକୁ ଅପହରଣ କରି ଦୁଷ୍କର୍ମ, ପରେ ହତ୍ୟା କରିଥିଲା ଅଭିଯୁକ୍ତ । ୧୪ ମାସ ପରେ ଆସିଛି ରାୟ । ଘଟଣାରେ ସମସ୍ତ ସାକ୍ଷ୍ୟ ପ୍ରମାଣ ଗ୍ରହଣ ପରେ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ବାରିପଦା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଏମ୍‌ଡି. ସବାବ୍‌ ନାବିବ୍‌ । ଆଜି ରାୟ ପ୍ରକାଶ ପାଇବା ପରେ ପରିବାରରେ ଆସ୍ୱସ୍ତି ମିଳିଛି।

 

KNews Bureau

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

9 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

9 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

13 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

36 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

44 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

50 mins ago