କଟକ ଖାନନଗର ପାର୍କ ନିକଟରେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ

କଟକ(କେନ୍ୟୁଜ୍): କଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି।  ବୃଦ୍ଧ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ବାଦାମବାଡ଼ି ଥାନା ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି। ଏଯାଏ ବୃଦ୍ଧଙ୍କ ପରିଚୟ ମିଳିପାରିନାହିଁ। ପୋଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ଏସସିବି ବଡ଼ ମେଡ଼ିକାଲକୁ ପଠାଇଥିବାବେଳେ, ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Leave A Reply

Your email address will not be published.