ଯାଜପୁର: ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର (କେନ୍ୟୁଜ): ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା କୁମାରୀ ପଞ୍ଚାୟତ ଜାମୁବଣିଆ ଅଞ୍ଚଳରେ। ଶିକ୍ଷକ ଗଗନ ବିହାରୀ ଦତ୍ତଙ୍କ ପୁଅ ସାଇସ୍ଵରୂପ ଦତ୍ତ (୨୪)ଙ୍କୁ ଆଜି ଘର ଭିତରେ ଝୁଲନ୍ତା ଅବସ୍ଥାରେ ପରିବାର ଲୋକେ ଦେଖିବାକୁ ପାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସାଇସ୍ୱରୂପଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ପ୍ରେମ ବ୍ୟାପରରୁ ଯୁବକ ଜଣକ ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଛି। ଖବର ପାଇ ଧର୍ମଶାଳା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଵ୍ୟଵଛେଦ ପାଇଁ ପଠାଇ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.