ଫଳ ବ୍ୟବସାୟୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

ଯାଜପୁର(କେନ୍ୟୁଜ୍‌): ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ମା କୁଆଁସ ମଙ୍ଗଳା ପୀଠ ନିକଟରେ ମଙ୍ଗଳପୁର ବଜାରର ଫଳ ବ୍ୟବସାୟୀ ଉପେନ୍ଦ୍ର ସାହୁ(କାଳିଆ )ଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ଉକ୍ତ ଘଟଣା ସମ୍ପର୍କରେ ମଙ୍ଗଳପୁର ପୋଲିସ ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଅନ୍ୟପଟେ ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ମଙ୍ଗଳପୁର ପୋଲିସ୍‌ ତଦନ୍ତ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.