Below header

ଯାଜପୁର ଯୁବକର ଝୁଲନ୍ତା ମୃତ ଦେହ ଉଦ୍ଧାର

ଯାଜପୁର : କାନପୁର ଗାଁରେ ଏକ ପରିତ୍ୟକ୍ତ ଚାଳଛପର ଘରୁ ଜଣେ ଯୁବକର ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ସକାଳେ ସେ ଘରୁ କାମରେ ବାହାରକୁ ଯାଇଥିଲେ । କିନ୍ତୁ ରାତିରେ ଫେରି ନଥିଲେ । ବହୁ ଖୋଜାଖୋଜି ପରେ ଚାଳ ଘରେ ତାଙ୍କ ମୃତ ଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ ପରିବାର ଲୋକ । ଘଟଣାସ୍ଥଳର ପାରିପାର୍ଶ୍ୱିକ ସ୍ଥିତି ଦେଖି, ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକ ସନ୍ଦେହ କରୁଛନ୍ତି । କେନ୍ଦ୍ରପଡାରୁ ଏକ ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.