ଆଜି ରଙ୍ଗର ପର୍ବ ହୋଲି : ଗାଁଠୁ ସହର ସବୁଠି ଉତ୍ସବମୁଖର

ରଙ୍ଗର ପର୍ବ ହୋଲିରେ ରଙ୍ଗିନ ହୋଇଛି ପରିବେଶ । ମତୁଆଲା ହୋଇଯାଇଛନ୍ତି ସମସ୍ତେ । ସକାଳୁ ଆରମ୍ଭ ହୋଇଗଲାଣି ସେଲିବ୍ରେସନ ।

ଭୁବନେଶ୍ୱର (କେନ୍ୟୁଜ): ଆସିଛି ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ଉତ୍ସବମୁଖର ଦେଖା ଯାଉଛି। ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିବାକୁ ଲାଗିଲାଣି।

ରଙ୍ଗର ପର୍ବ ହୋଲିରେ ରଙ୍ଗିନ ହୋଇଛି ପରିବେଶ । ମତୁଆଲା ହୋଇଯାଇଛନ୍ତି ସମସ୍ତେ । ସକାଳୁ ଆରମ୍ଭ ହୋଇଗଲାଣି ସେଲିବ୍ରେସନ । ଆଜି ଦିନ ତମାମ ଜାତି ବର୍ଣ୍ଣ ନିର୍ବିଶେଷରେ ସମସ୍ତେ, ରଙ୍ଗ ଖେଳ ଚାଲିବ । ପିଲାମାନେ ରଙ୍ଗ ପିଚକାରୀ ଧରି ରଙ୍ଗ ଲଗାଇବା ଦୃଶ୍ୟ ବେଶ ମଜାଦାର। ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଓ ଶୁଭକାମନା ବାଣ୍ଟୁଛନ୍ତି ସମସ୍ତେ। ଫଗୁଣର ଫଗୁରେ ଭିଜୁଛନ୍ତି । ନାଚ ଗୀତରେ ମଜିଛନ୍ତି, ରଙ୍ଗରେ ଭିଜୁଛନ୍ତି । କେଉଁଠି ଡିଜେର ତାଳେ ତାଳେ ନାଚ ସହ ଅବିର ବର୍ଷା ଚାଲିଲାଣି । ତ ଆଉ କେଉଁଠି ହରବାଲ ଅବିରରେ ହୋଲି ଖେଳାଯାଇଛି । ତ ଆଉ କେଉଁଠି ବଡମାନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ସାନ ମାନେ ।

ଏହା ସାରା ଭାରତର ଅତି ଲୋକପ୍ରିୟ ପର୍ବ ଭିତରୁ ଅନ୍ୟତମ । ବସନ୍ତ ଋତୁର ଏଇ ଖେଳକୁ ଭାଷା, ବର୍ଣ୍ଣ, ଲିଙ୍ଗ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସମସ୍ତେ ଉପଭୋଗ କରିଥାନ୍ତି । ଏଇ ପର୍ବରେ ଲୋକମାନେ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଘରକୁ ଘର ବୁଲିଥାନ୍ତି । ଫଗୁ ପୁନେଇଁଦିନ ସବୁ ବିମାନଙ୍କୁ ଦୋଳ ମଣ୍ଡପରେ ବସାଇ ପାଞ୍ଚଦିନ ବ୍ୟାପି ପୂଜାର୍ଚନା କରାଯାଏ । ଏଇ ପାଞ୍ଚଦିନ କାଳ ନାନାଦି ମନୋରଞ୍ଜନ ମୂଳକ କାର୍ଯ୍ୟକ୍ରମ ଯଥା ବାଦିପାଲା, ଯାତ୍ରା ଆଦି ଲାଗିରହେ । ପୁନେଇଦିନ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନମାନଙ୍କର ମନୋରମ ଶୋଭାଯାତ୍ରାକୁ ମେଲଣ କୁହାଯାଏ । ଏହାର ପରଦିନ ରଙ୍ଗଖେଳ ହୋଇଥାଏ । ଏଇ ଖେଳ ଏତେ ଲୋକପ୍ରିୟ ଯେ ବିଦେଶରୁ ଆସିଥିବା ପର୍ଯ୍ୟଟକମାନେ ମଧ୍ୟ ଏହାର ଆନନ୍ଦ ନେଇଥାନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.