Below header

ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ, ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିଲେ

ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ। ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ।

ବୌଦ୍ଧ (କେନ୍ୟୁଜ): ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ । ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ନିଲମ୍ବନ କଲେ ପୋଲିସ୍ ଡିଜି । ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ ଟିମ୍‌ । ଗତ ଜୁଲାଇ ୨୦ରେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ଆଇଆଇସି । ବାଲି ବୋଝେଇ ଟ୍ରକ ଛାଡ଼ିବାକୁ ଗାଡ଼ି ମାଲିକଙ୍କ ଠାରୁ ଲାଞ୍ଚ ନେଉଥିଲେ। ନିଲମ୍ବନ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି କାର୍ଯ୍ୟାଳୟରେ ରହିବେ ଆଇଆଇସି ।

ସୂଚନା ଅନୁସାରେ ଗତ ଜୁଲାଇ ମାସରେ ଜବତ ହୋଇଥିବା ବାଲିଗାଡିକୁ ଛାଡିବାକୁ ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ। ବାଲି ଘାଟ ଠିକାଦାର ଫୁଲବାଣୀର ଶରତ ବେହେରାଙ୍କର ସିଜ ହୋଇଥିବା ହାଇୱା ଛାଡିବା ସହ ବାଲିଘାଟରେ ବାଲି ଉଠାଣ ନିୟମ କହୋଳ ପାଇଁ ଆଇଆଇସି ପୁଷ୍ପଲତା ରାଉତରାୟ ଲାଞ୍ଚ ମାଗିଥିଲେ। ସିଜ ହୋଇଥିବା ଗାଡିକୁ ଛାଡିବା ସହ ବାଲି ଘାଟରୁ ବାଲି ଉଠାଣ ନିୟମ କହୋଳ ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶରତ ବେହେରା ଭିଜିଲାନ୍ସକୁ ଜଣାଇଥିଲେ।

ଭିଜିଲାନ୍ସ ବିଭାଗ ଯୋଜନା ମୁତାବକ ଶରତ ଏକ ଲଫପା ଭିତରେ ରାସାୟନିକ ମିଶ୍ରିତ ୧ ଲକ୍ଷ ଟଙ୍କା ନେଇ ହରଭଙ୍ଗା ଥାନାରେ IICଙ୍କୁ ଦେଇଥିଲେ । ଏହି ସମୟରେ ପୂର୍ବ ଯୋଜନା ଅନୁସାରେ ଛପି ରହିଥିବା ଭିଜିଲାନ୍ସ ପୋଲିସ ତାଙ୍କୁ ମାଡିବସିଥିଲେ । ତାଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ପଚରା ଉଚରା କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.