ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ହେବ ନବୀକରଣ, ୱାଇଫାଇ ସହିତ ଫୁଡ୍‌କୋଟ ମିଳିବ ସୁବିଧା

ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ।

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି । ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ  ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ । ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ।
ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ । ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ।
ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ competitive magazine ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ବାରା ପରିଚାଳିତ କରାଯିବ। ଏତ୍‌ଦବ୍ୟତୀତ Career Counseling ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା Motivational Talkର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।
ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ।   ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ  ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ। ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ Odisha Mining Corporation  ଦ୍ବାରା କାର୍ଯ୍ୟକାରୀ କରାଯିବ। ୫-ଟି ସଚିବଙ୍କ ଗସ୍ତ ସମୟରେ OMCର ପରିଚାଳନା ନିର୍ଦ୍ଦେଶକ, Culture Departmentର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.