Below header

ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ

ଭୁବନେଶ୍ୱର (କେନ୍ୟୁଜ୍) : ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ । ୭୨ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଗତ କିଛି ଦିନ ଧରି ସେ ସେପ୍ଟିସିମିଆ ରୋଗରେ ପୀଡ଼ିତ ଥିଲେ । ୧୯୪୭ ମସିହାରେ ଜନ୍ମଗ୍ରହଣ କରିଥିବା ହରିହର ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ ।

ଦଶପଲ୍ଲା ବିଧାନସଭା ଆସନରୁ ସେ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୪ଥର କଂଗ୍ରେସ ଟିକେଟରୁ ଓ ୨ଥର ସ୍ୱାଧୀନ ଭାବେ ବିଜୟୀ ହୋଇଥିଲେ ହରିହର କରଣ । ୨୦୧୩ରେ କରଣ ପିସିସି ଶୃଙ୍ଖଳା କମିଟି ମୁଖ୍ୟ ଥିଲେ । ୧୯୮୦ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.