ଆଜିଠୁ ନୂଆ ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି, ପଦ ଓ ଗୋପନୀତାର ପାଠ କରାଇଲେ ମୁଖ୍ୟ ବିଚାରପତି

ଭୁବନେଶ୍ୱର : ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ଆଜିଠୁ ନୂଆ ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ । ଭୁବନେଶ୍ୱରର ରାଜଭବନର ଅଭିଷେକ ହଲ୍‌ରେ ହୋଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନେକ ନେତୃବୃନ୍ଦ ସାମିଲ ହୋଇଥିଲେ । ଶପଥ ପାଠ ପରେ ତାଙ୍କ ରାଜଭବନ ପରିସର ପରିଦର୍ଶନ କରାଯାଇଥିଲା ।

ସୂଚନା ଅନୁସାରେ ହରି ବାବୁ କମ୍ଭମପତି ୨୦୨୧ ଜୁଲାଇ ୧୯ତାରିଖରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ । ତେବେ ନିକଟରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ।

ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।