ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ବ ପାଇଁ ସେ ସ୍ମରଣୀୟ ରହିବେ : ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।  ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ବ ପାଇଁ ସେ ସ୍ମରଣୀୟ ରହିବେ। କେନ୍ଦ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରି ପ୍ରାଶାସନିକ ଦକ୍ଷତାର ପରିଚୟ ଦେଇଛନ୍ତି। ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ବଙ୍କୁ ହରାଇଲୁ ବୋଲି ନବୀନ କହିଛନ୍ତି ।

ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ। ସ୍ବର୍ଗତ ଅଟଳବିହାରୀ ବାଜପେୟୀ ଙ୍କ ମନ୍ତ୍ରୀମଣ୍ଡଳ ରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱ ରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତା ର ମଧ୍ୟ ପରିଚୟ ଦେଇ ଯାଇଛନ୍ତି ।

ଡ଼କ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତା ଙ୍କୁ ହରାଇଲା ବୋଲି ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ।

Also read: ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ, ଦିଲ୍ଲୀ ଏମସରେ ଶେଷ ନିଶ୍ବାସ ତ୍ୟାଗ