ଶିକ୍ଷୟିତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷକ ଗିରଫ

ଧର୍ମଶାଳା : ଶିକ୍ଷୟିତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷକ ଗିରଫ । ଚର୍ଚ୍ଚାର ବିଷୟ ପାଲଟିଥିବା ଏହି ଘଟଣାଟି ଘଟିଛି ଧର୍ମଶାଳା ଅଞ୍ଚଳରେ । ଅଭିଯୋଗ ମୂତାବକ, ସ୍ଥାନୀୟ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିନୋଦ ବିହାରୀ ସେଠୀ ସେହି ସ୍କୁଲର ଖେଳ ଶିକ୍ଷୟିତ୍ରୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ । ହେଲେ ପରବର୍ତ୍ତୀ ସମୟରେ ବିବାହ କରିବାକୁ ମନା କରିଦେଇଥିଲେ । ଫଳରେ ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି ଶିକ୍ଷୟିତ୍ରୀ ଜଣକ । ଅଭିଯୋଗ ପରେ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଗିରଫ କରିଛି ପୋଲିସ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.