ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ, ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ 

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ  ।

 କଳାହାଣ୍ଡି:  ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ  । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟରେ ହୋଇଥିବା ୫ଟି କାମର ବିଲ କରିଦେବା ପାଇଁ ସ୍କୁଲର ପ୍ରଧାନ ଶିକ୍ଷକ ଦ୍ରୋଣ ତାଣ୍ଡି ଠିକାଦାର ଜୟରାମ ସାହୁଙ୍କ ଠାରୁ  ୪୦ ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ସ୍କୁଲ ଅଫିସ ଓ ତାଙ୍କ ଘରେ ଚଢାଉ କରିଛନ୍ତି ।  ଖବର ଲେଖା ହେବା ପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକ ଦ୍ରୋଣ ତାଣ୍ଡିଙ୍କ କାଗଜପତ୍ର ଯାଞ୍ଚ କରାଯାଉଥିବା ଜଣାପଡିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.