ରାଜ୍ୟ

ଟିକାକରଣ ପାଇଁ ଜାଗା ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗ ଲେଖିଲା ଚିଠି

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ କରୋନା ଟିକାକରଣ ପ୍ରସଙ୍ଗରେ ସ୍ୱାସ୍ଥ୍ୟ ବିଭାଗର ଚିଠି । ଟିକାକରଣ କେନ୍ଦ୍ର ପାଇଁ ସ୍ଥାନ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ଚିଠି । ସେସନ୍ସ ସାଇଟ୍‌ ଚିହ୍ନଟ ସହ ପ୍ରତି ଟିକାକରଣ କେନ୍ଦ୍ର ପାଇଁ ପାଞ୍ଚ ଜଣିଆ ଟିମ୍‌ ଗଠନ ପାଇଁ କୁହାଯାଇଛି । ଏନେଇ ସବୁ ଜିଲ୍ଲାପାଳ, ସବୁ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର ।

ସବୁ କେନ୍ଦ୍ରରେ ପ୍ରତୀକ୍ଷାଳୟ, ଟିକାକରଣ କେନ୍ଦ୍ର ଓ ଅବଜର୍ଭେଜସନ୍‌ ରୁମ୍‌ ରହିବ । ପ୍ରତି ବ୍ଲକ ଓ ପଞ୍ଚାୟତସ୍ତରରେ ରହିବ ସେସନ୍ସ ସାଇଟ୍‌ । ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମେଡିକାଲ କଲେଜ କିମ୍ବା ବଡ଼ ବଡ଼ ଘରୋଇ ହସ୍ପିଟାଲରେ ସେସନ୍ସ ସାଇଟ୍‌ ଚିହ୍ନଟ କରାଯିବ । ବ୍ଲକସ୍ତରରେ ଟାକ୍ସ ଫୋର୍ସ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରି ଜିଲ୍ଲା ପ୍ରଶାସନକୁ ଜଣାଇବ । ବ୍ଲକ ଓ ଜିଲ୍ଲାସ୍ତରରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ରହିବ ।

KNews Bureau

Recent Posts

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

4 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

22 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

28 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

33 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

42 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

1 hour ago