ଆପୋଲରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ : ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ

ଭୁବନେଶ୍ୱର (କେନ୍ୟୁଜ): ଗୁଳିମାଡ଼ ପରେ ଗୁରୁତର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ବରରେ ପହଞ୍ଚାଯାଇଛି । ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଝାରସୁଗୁଡ଼ା ଏୟାରପୋର୍ଟରୁ ତାଙ୍କୁ ଭୁବନେଶ୍ବର ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ନବ ଦାସଙ୍କୁ ନିଆଯାଉଛି । ଆପୋଲୋରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ଅଛନ୍ତି । ପ୍ରଥମେ ୪ଜଣ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଆରମ୍ଭ କରାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆପୋଲୋ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି। ତେଣେ ଆପୋଲୋ ହସ୍ପିଟାଲରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ସୁଶାନ୍ତ ସିଂହ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ବହୁ ବିଜେଡି ନେତା ପହଞ୍ଚିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.