ରାଉରକେଲାରେ ଡରାଇଲାଣି ହଇଜା: ସରକାରୀ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ସ୍ୱାସ୍ଥ୍ୟ ସଚିବ

ରାଉରକେଲା ସରକାରୀ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ବିଭିନ୍ନ ୱାର୍ଡରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଠିକ୍ ଭାବେ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି କି ନାହିଁ ସ୍ଥିତି ପରଖିଥିଲେ।

ରାଉରକେଲା (କେନ୍ୟୁଜ): କିପରି ବ୍ୟାପିଲା ଷ୍ଟିଲସିଟିରେ ହଇଜା? ରାଉରକେଲା ସରକାରୀ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ବିଭିନ୍ନ ୱାର୍ଡରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଠିକ୍ ଭାବେ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି କି ନାହିଁ ସ୍ଥିତି ପରଖିଥିଲେ। ସମୀକ୍ଷା ବୈଠକରେ ଜିଲ୍ଲାପାଳ ଡକ୍ଟର ପରାଗ ହର୍ଷଦ ଗାଭାଲି, ଏଡିଏମ ଡାକ୍ତର ଶୁଭଙ୍କର ମହାପାତ୍ର, ଆରଜିଏଚ ନିର୍ଦ୍ଦେଶକ ଡାକ୍ତର ଡି ବି ଦାସ, ଅଧିକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ l

ଏପଟେ ଚିନ୍ତା ବଢାଉଛି ରୋଗୀଙ୍କ ସଂଖ୍ୟା। ଏଯାଏ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ରାଉରକେଲା RGHରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୧୮୫ ରୋଗୀ ଭର୍ତ୍ତି ହୋଇଛନ୍ତି। ଚିକିତ୍ସାଧୀନ ଥିବା ରୋଗୀଙ୍କ ମଳ ନମୁନା ପରୀକ୍ଷା ରିପୋର୍ଟରେ ହଇଜା ଭୂତାଣୁ ଚିହ୍ନଟ ହୋଇଛି। ସହରରେ ଝାଡ଼ାବାନ୍ତି କିପରି ଆଉ ନ ବ୍ୟାପିବ ସେଥିପାଇଁ ଜିଲ୍ଲା ପ୍ରଶାସନ ଜୋରସୋରରେ ଉଦ୍ୟମ ଚଳାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.