Below header

୪ ମାସର ଆଗୁଆ ଦରମା ପାଇବେ ଡାକ୍ତର,ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଘୋଷଣା ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । କରୋନା ମୁକାବିଲା କ୍ଷେତ୍ରରେ ନିୟୋଜିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ୪ ମାସର ଆଗୁଆ ଦରମା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ ଏପ୍ରିଲ, ମେ, ଜୁନ୍‌ ଓ ଜୁଲାଇ ମାସର ଦରମା ଏକକାଳୀନ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ମୁକାବିଲା ନେଇ ପ୍ରତିକୂଳ ପରିସ୍ଥିତିରେ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ ନିୟୋଜିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଷ୍ଠାର ସହ ସେବା ଯୋଗାଉଛନ୍ତି । ସେମାନଙ୍କ ତ୍ୟାଗର ତୁଳନା ନାହିଁ । ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସେବାକୁ ପ୍ରଶଂସା କରିଥିବା ବେଳେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ସେମାନଙ୍କୁ ଶ୍ରଦ୍ଧା ଓ ସମ୍ମାନର ସଗ ବ୍ୟବହାର ପ୍ରଦର୍ଶନ କରନ୍ତୁ । ସେମାନଙ୍କ କାର୍ଯ୍ୟରେ ବାଧା ସୃଷ୍ଟି ନକରିବାକୁ ଅପିଲ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାସହ ଚେତେଇ ଦେଇଛନ୍ତି ଯେଉଁମାନେ ଡାକ୍ତର ଓ ସ୍ୱାସ୍ଥ୍ୟସେବାରେ ନିୟୋଜିତ ଅନ୍ୟ କର୍ମଚାରୀଙ୍କ କାମରେ ବାଧା ସୃଷ୍ଟି କରିବେ କି ଦୁର୍ବ୍ୟବହାର ପ୍ରଦର୍ଶନ କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ଏନେଇ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଏକ ଭିଡିଓ ବାର୍ତ୍ତାରେ ଏସବୁ କଥା କହିଛନ୍ତି । ନବୀନ କହିଛନ୍ତି, ଦେଶ ଡାକ୍ତର ଓ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ସହ ସାଥିରେ ଅଛି । ସରକାର ବି ଅଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.