ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲାରେ ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲାରେ ଶୁଣାଣି ଶେଷ । ରାୟ ସଂରକ୍ଷିତ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେବାକୁ ଆବେଦନ କରିଛନ୍ତି ମୋକିମ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ବା ଓଆରଏଚଡିସି ଋଣ ମାମଲାରେ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ୍‌ । ଗତ ୧୦ ତାରିଖରେ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନରେ ଯାଇପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ ।

ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଜାରି ନେଇ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ନିଜ ରାୟକୁ ସଂରକ୍ଷିତ ରଖିଛନ୍ତି ଖଣ୍ଡପୀଠ । ଓଆରଏଚଡିସି ମାମଲାରେ ମୋକିମଙ୍କୁ ୩ର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ । ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.