ରାଜ୍ୟରେ କେତେ ସଂଖ୍ୟାରେ ଖାଲି ଅଛି ଡାକ୍ତର ପଦବୀ? ତଥ୍ୟ ଦେବାକୁ ସ୍ୱାସ୍ଥ୍ୟ ସଚିବଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆସନ୍ତା ୨୭ ସୁଦ୍ଧା ସବିଶେଷ ତଥ୍ୟ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଡାକ୍ତର ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ସ୍ୱାସ୍ଥ୍ୟ ସଚିବଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । ରାଜ୍ୟରେ ସରକାରି ଡାକ୍ତରଖାନା ଓ ମେଡିକାଲ କଲେଜ ଗୁଡିକରେ କେତେ ଡାକ୍ତର ପଦବୀ ଖାଲି ରହିଛି, ସେ ସମ୍ପର୍କରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଆସନ୍ତା ୨୭ ତାରିଖ ସୁଦ୍ଧା ଏ ସମ୍ପର୍କରେ ସବିଶେଷ ତଥ୍ୟ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଆଇନଜୀବୀ ଚିତ୍ତ ରଞ୍ଜନ ମହାନ୍ତିଙ୍କ ପକ୍ଷରୁ ଆଗତ ଏକ ଜନସ୍ୱାର୍ଥ ମାମଲରା ଶୁଣାଣି କରି ବିଚାରପତି ଜଷ୍ଟିସ୍‌ ଏସ ମୁରଲୀଧର ଓ ଜଷ୍ଟିସ୍‌ ବି ପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ୨୦୨୦ରେ ରାଜ୍ୟରେ ଡାକ୍ତର ଅଭାବ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.