ରାଜ୍ୟ

ଆହୁରି ଜଳିବ, ୬ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ଆହୁରି ଜଳିବ। ଆଜି ଠାରୁ ୬ ତାରିଖ ଯାଏ ଅନୁଭୂତ ହେବ ଗ୍ରୀଷ୍ମ ପ୍ରବାହ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ୪ରୁ ୫ ଡିଗ୍ରୀ ଅଧିକ ରହୁଥିବାରୁ ଉଷ୍ମ ରାତି ପାଇଁ ଚେତାବନୀ ଜାରି ହୋଇଛି। ଗୁଳୁଗୁଳି ତଥା ଉଷ୍ମ ଆଦ୍ର ବାୟୁ ପ୍ରଭାବରେ ଦିନର ପିକ୍ ଆୱାରରେ ଅଧିକ ଖରାର ପ୍ରକୋପ ରହିଛି । ଏହି ସମୟରେ ଲୋକମାନଙ୍କୁ ଜରୁରୀ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡିଶାରେ ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିବା ସମ୍ଭାବନା କହିଛି।

ଏପଟେ ଅସହ୍ୟ ଖରାରେ ଲୋକେ ଅସ୍ତବ୍ୟସ୍ତ । ୭ସହରର ଦିନ ତାପମାତ୍ରା ୪୧ ଡିଗ୍ରୀ ଉପରେ ରେକର୍ଡ। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୧. ୭ଡିଗ୍ରୀ ରେକର୍ଡ ହୋଇଛି। ୟୂମଣ୍ଡଳରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଶୁଷ୍କ ଉତ୍ତପ୍ତ ବାୟୁ ଓସୂର୍ଯ୍ୟଙ୍କ ଠାରୁ ଆସଥିବା କିରଣର ତୀବ୍ରତା ଅଧିକ ଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ୬ତାରିଖ ବେଳକୁ ପଶ୍ଚିମ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି ।

ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ୨ ଦିନ ପରେ ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ବୃଦ୍ଧି ନେଇ ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୬ତାରିଖରୁ ୮ତାରିଖ ମଧ୍ୟରେ କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।

Barsha

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

19 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

30 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

43 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

46 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago