୪ରୁ ୫ ଦିନ ଯାଏଁ ଏମିତି ରହିବ ଗରମ, ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା ନାହିଁ

କେନ୍ୟୁଜ୍(ବ୍ୟୁରୋ): ଆକାଶରୁ ଅଗ୍ନିବର୍ଷା । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରି । ଚଳିତ ବର୍ଷ ପ୍ରଥମ ଥର ପାଇଁ ଟ୍ଵିନ୍‌ ସିଟିର ଦିନ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି । ଭୁବନେଶ୍ୱର ତାପମାତ୍ରା ୪୦.୨ ଡିଗ୍ରୀ ଥିବା ବେଳେ କଟକରେ ରହିଥିଲା ୪୦.୫ ଡିଗ୍ରୀ । ଆଜି ରାଜ୍ୟରେ ସବୁଠାରୁ ଉତ୍ତପ୍ତ ସହର ହୋଇଛି ଅନୁଗୁଳ। ଦିନର ସର୍ବୋଚ୍ଚ ତାପମାତ୍ର ଥିଲା ୪୩. ୭ ଡିଗ୍ରୀ। ଆଜି ରାଜ୍ୟର ୨୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ୧୯ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ୫ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.