ଡେଉଁଛି ପାରଦ, ୫ଦିନ ଯାଏ ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା ନାହିଁ

କେନ୍ୟୁଜ୍(ବ୍ୟୁରୋ):  ଡେଉଁଛି ପାରଦ । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ । ଆଜିଠୁ ଆସନ୍ତା ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୪ ଘଣ୍ଟା ପାଇଁ ଘଡ଼ଘଡ଼ି ଓ ବଜ୍ରପାତ ଲାଗି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତକାଲି ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ । ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.