ଆଗାମୀ ୩ରୁ ୫ଦିନ ଯାଏ ଲାଗି ରହିବ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି

ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଟାଣ ଖରା ଓ ପ୍ରବଳ ଗରମରେ ଅସ୍ତବ୍ୟସ୍ତ ଓଡ଼ିଶା। ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ବ୍ୟତିବ୍ୟସ୍ତ କରୁଛି। ଆଗାମୀ ୩ରୁ ୫ଦିନ ଯାଏ ଏଭଳି ସ୍ଥିତି ଲାଗିରହିବ। ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟାରେ ୧୧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୨ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ସେହିପରି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଏବଂ ବିଜୁଳି ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।.

Leave A Reply

Your email address will not be published.