ରାଜ୍ୟ

କୁଆଡେ ଗଲା ବର୍ଷା, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ

କେନ୍ୟୁଜ୍(ବ୍ୟୁରୋ):  ଶ୍ରାବଣରେ ଧୁ ଧୁ ଖରା। ରାଜ୍ୟର ଅଧିକାଂଶ ସ୍ଥାନରେ ଗୁଳୁଗୁଳି । ଦିନର ତାପମାତ୍ରା ସ୍ୱାଭାବିକଠାରୁ ଅଧିକ । ଆଗାମୀ ୨ରୁ ୩ ଦିନ ଯାଏ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠୁ ୩ରୁ ୪ ଡିଗ୍ରି ସେଲସିୟସ ଅଧିକ ରହିବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ଓ ସ୍ୱାଭାବିକଠୁ ଅଧିକ ଦିନ ତାପମାତ୍ରା ଯୋଗୁ ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ୯ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି।

ରାଜ୍ୟରେ ଜୁନ ୧ରୁ ଏଯାଏ ୫୦୮.୧ ମିମି ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୫୫୦.୭ ମିମି ତୁଳନାରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା । ଏଯାଏ ୨ ଜିଲ୍ଲାରେ ଅଧିକ ବର୍ଷା, ୪ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଜଣାଯାଇଛି । ଏପଟେ ଅଗଷ୍ଟ ୬ ତାରିଖରୁ ରାଜ୍ୟକୁ ଫେରିପାରେ ବର୍ଷା । ଆସନ୍ତା ୫-୬ ତାରିଖ ବେଳକୁ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ଲଘୁଚାପରେ ପରିଣତ ହୋଇପାରେ । ପ୍ରଭାବରେ ରାଜ୍ୟରେ ୬ରୁ ୯ ତାରିଖ ଯାଏ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ କହିଛନ୍ତି ।

KNews Bureau

Recent Posts

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

13 mins ago

ଅନଲାଇନ ଗେମ ହେଲା କାଳ, ଜୀବନ ହାରିଲେ ଯୁବକ

ଆଠଗଡ (କେନ୍ୟୁଜ) : ଅନଲାଇନ ଗେମକୁ ନେଇ ଜୀବନ ହାରିଲେ ଯୁବକ। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା…

17 mins ago

ମଧ୍ୟପ୍ରଦେଶ : ବୀଭତ୍ସ ହତ୍ୟାକାଣ୍ଡ, ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କଲା ଯୁବକ

ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…

29 mins ago

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

37 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

1 hour ago

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…

1 hour ago