ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ, ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ

କେନ୍ୟୁଜ୍: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ । ଗତକାଲି ୪୦ ଡିଗ୍ରୀ ସେଲସିୟସ ଉପରେ ୧୧ ସହରର ତାପମାତ୍ରା ରେକର୍ଡ କରାଯାଇଛି । ସୋନପୁର ୪୨.୪ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଆଉ ୨ ଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତାପମାତ୍ରା ବୃଦ୍ଧି ପାଇଥିବାକୁ ଗରମରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ। ଦିନ ୧୦ଟା ପରେ ଆକାଶରୁ ଯେପରି ନିଆଁ ବର୍ଷା ହେଉଛି। ଦିନରେ ପଦାକୁ ବାହାରି ପାରୁନାହାନ୍ତି ଲୋକେ। ଅର୍ଦ୍ଧାଧିକ ଓଡ଼ିଶାରେ ଏବେ ଏପରି ସ୍ଥିତି ଲାଗି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.