Below header

ନିର୍ବାଚନ ସାଙ୍ଗକୁ ଖରା ତାତି , ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ବର(କେନ୍ୟୁଜ୍) : ରାଜ୍ୟରେ ଏବେ ଡବଲ ତାତି । ନିର୍ବାଚନ ସାଙ୍ଗକୁ ଖରା ତାତି । ଡେଉଁଛି ପାରଦ । ଗତକାଲି ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି । ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୨ ଦଶମିକ ୨ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ସେହିପରି ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲସିୟସ ଉପରେ ରହୁଥିବାରୁ ଜନଜୀବନ ପ୍ରଭାବିତ ହୋଇଛି । ଆଗକୁ ଆହୁରି ତାପମାତ୍ରା ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.