ରାଜ୍ୟରେ ଜାରି ରହିବ ଟାଣ ଖରା, ୬ଟି ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାର

ରାଜ୍ୟରେ ଜାରି ରହିବ ଟାଣ ଖରା । ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଟାଣ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ବିଭାଗ । ୧୬ ତାରିଖ ପର୍ଯ୍ୟନ୍ତ ୬ଟି ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ରହିବ । ସେହିପରି ଅନୁଗୁଳ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସାରା ରାଜ୍ୟରେ ଏବେ ସର୍ବନିମ୍ନ ତାପମାତ୍ରା ବଢିବାରେ ଲାଗିଛି । ରାତିରେ ମଧ୍ୟ ଦିନ ଭଳି ତାତି ଅନୁଭୂତ ହେଉଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.