ତାତିରୁ ମିଳୁନି ତ୍ରାହି, ୨୬ରୁ ପୁଣି ବଢିବ ଖରା

ତାତିରୁ ମିଳୁନି ତ୍ରାହି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ଆଗାମୀ ୨୪ ଘଣ୍ଟା ଯାଏ ପାଗରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ।

 ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳୁନି ତ୍ରାହି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ତାପମାତ୍ରାରେ ଆଂଶିକ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳିକୁ କମଇ ପାରିନାହିଁ । ଗତକାଲି ୪୩.୮ ଡିଗ୍ରୀ ସହ ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ଭୁବନେଶ୍ବର। ୪୦ ଡିଗ୍ରୀ ଉପରେ ରହିଛି ୧୭ ସହରର ତାପମାତ୍ରା। ଉତ୍ତରପଶ୍ଚିମ ଓ ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବାହିତ ଶୁଷ୍କ ବାୟୁ ଓ ସୂର୍ଯ୍ୟଙ୍କ ପ୍ରଖର ତେଜରେ ତାପମାତ୍ରା ବୃଦ୍ଧି ପାଇଛି। ଆଗାମୀ ୨୪ ଘଣ୍ଟା ଯାଏ ପାଗରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ।

ଏହା ପରେ କାଳବୈଶାଖୀ ପ୍ରଭାବରେ ଆଗାମୀ ୩ଦିନରେ ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି । ପରବର୍ତ୍ତୀ ୨ଦିନରେ ଦିନ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଉଷ୍ମ ଓ ଆଦ୍ର ପାଣିପାଗ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୬ ତାରିଖରୁ ପୁଣି ବଢିବ ତାତି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକାଂଶ ସ୍ଥାନର ତାପମାତ୍ରା ୪୩ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରୀ କରାଯାଇଛି।

You might also like