ରାଜ୍ୟ

ଖରାରେ ସିଝୁଛି ଓଡ଼ିଶା: ସବୁଠୁ ଉତ୍ତପ୍ତ ସହର ସୋନପୁର! କାଳବୈଶାଖୀ ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର । ସେଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।

ସେହିପରି ବଲାଙ୍ଗିରରେ ୪୩ ଡିଗ୍ରୀ, ଅନୁଗୋଳରେ ୪୨ ଦଶମିକ ୭ ଡିଗ୍ରୀ ସେଲସିୟସ୍‌ ରହିଛି ପାରଦ । ଝାରସୁଗୁଡ଼ାରେ ୪୨ ଦଶମିକ ୬ ଏବଂ ବୌଦ୍ଧ ଓ ସୁନ୍ଦରଗଡ଼ାରେ ୪୨ ଦଶମିକ ୫ ଡିଗ୍ରୀ ସେଲସିୟସ୍‌ ଲେଖାଏ ରହିଛି ତାପାମାତ୍ରା । ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଜନଜୀବନ ଅସ୍ତବ୍ୟସ୍ତ ।

ସେପଟେ ଗତକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ । ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିବ ।

Sonalisa

Recent Posts

କଟକରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

7 seconds ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

25 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

35 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago