ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି । ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଛି । ତାପମାତ୍ରା ବୃଦ୍ଧି ସହ ଗ୍ରୀଷ୍ମପ୍ରବାହ ପାଇଁ ମଧ୍ୟ ଚେତାବନୀ ଜାରି ହୋଇଛି । ଆଜି ହିଟ ୱେଭ ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗରମ ଓ ଗୁଳୁଗୁଳି ପାଇଁ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି । ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଛି । ତାପମାତ୍ରା ବୃଦ୍ଧି ସହ ଗ୍ରୀଷ୍ମପ୍ରବାହ ପାଇଁ ମଧ୍ୟ ଚେତାବନୀ ଜାରି ହୋଇଛି । ଆଜି ହିଟ ୱେଭ ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗରମ ଓ ଗୁଳୁଗୁଳି ପାଇଁ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
୩୦ ତାରିଖରେ ମଧ୍ୟ ଗ୍ରୀଷ୍ମପ୍ରବାହ ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସମ୍ବଲପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୨ ରୁ ୪ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାପରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଗତକାଲି ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ୪୫.୯ ଡିଗ୍ରୀ ସହ ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା ।